ଭୁବନେଶ୍ୱର, ନରାଜରେ ଥିବା ଏକ ଘରୋଇ ବିଶ୍ବବିଦ୍ୟାଳୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଗୁରୁତର ହୋଇଥିବା ଜଣା ପଡିଛି ।
ମିଳିଥିବା ସୂଚନା ଅନୁଯାୟୀ, ଛାତ୍ରମାନେ ଏକ ଟ୍ରାକ୍ଟରେ ଗଣେଶ ପୂଜା ପାଇ ଗଣେଶ ମୂର୍ତ୍ତି ନେବା ସମୟରେ ୩ ଜଣ ଛାତ୍ର ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ସେମାନଙ୍କ ଭିତରୁ ଜଣଙ୍କର ମୃତ୍ୟୁ ହେଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଥିଲେ।
ଦୁଇ ଆହତଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି। ଦୁଇ ଗୁରୁତରଙ୍କ ମୁଣ୍ଡରେ ଅଧିକ ଆଘାତ ଲାଗିଛି।