ପୁରୀ,ଆଜି ଜିଲ୍ଲା ପ୍ରଶାସନ ଓ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ତରଫରୁ ପୁରୀ ମୁନିସିପାଳିଟି ବିଭିନ୍ନ ଶିକ୍ଷାନୁଷ୍ଠାନ ଅଂଚଳରେ ବେଆଇନ ତମାଖୁ ବ୍ୟବସାୟୀ ମାନଙ୍କ ଉପରେ ଚଢ଼ାଉ କରାଯାଇଛି ଓ ଟ୩୦୦୦/- ଜୋରିମାନା ଆଦାୟ କରାଯାଇଛି ଓ ବିପୁଳ ପରିମାଣର ତମାଖୁ ପଦାର୍ଥକୁ ନଷ୍ଟ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ଅଶୋକ କୁମାର ମିଶ୍ର,ଖାଦ୍ୟ ସୁରକ୍ଷା ଅଧିକାରୀ ବେଦଶ୍ରୀ ସାହୁ, କୁମ୍ଭାରପଡା ଥାନା ଅଧିକାରୀ, ଜିଲ୍ଲା ତମାଖୁ ନିୟନ୍ତ୍ରଣ ଅଧିକାରୀ ଡା ସୁଶାନ୍ତ କୁମାର ବିଶ୍ୱାଳ ମିଳିତ ଭାବରେ ଚଢ଼ାଉ କରିଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲାର ସମସ୍ତ ଅଂଚଳରେ ଜାରୀରହିବ ।
Related Stories
November 22, 2024