ଭୁବନେଶ୍ୱର, ସିକ୍କିମର ପ୍ରଳୟଙ୍କରୀ ବନ୍ୟାରେ ସହିଦ ହୋଇଥିବା ସରୋଜ ଦାସଙ୍କ ପାର୍ôଥବ ଶରୀର ଶନିବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହାପରେ ଢେଙ୍କାନାଳ ସାଂସଦ ମହେଶ ସାହୁ, ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି, ବିଜେପି ନେତା ଦିଲୀପ ମଲ୍ଲିକ, ସୁରଥ ବିଶ୍ୱାଳଙ୍କ ସମେତ କେତେକ ବିଶିଷ୍ଟ ବ୍ୟକ୍ତି ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରେ ସହିଦ ସରୋଜ ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ବିମାନବନ୍ଦରରେ ସହିଦଙ୍କ ବାପା ଓ ଭାଇ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ଓ ୫ଟି ସଚିବ ସହିଦଙ୍କ ଭାଇଙ୍କୁ ସମବେଦନା ଜଣାଇଥିଲେ ।
ଏହାପରେ ସ୍ୱତନ୍ତ୍ର କରିଡରରେ ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ନିଆଯାଇଛି । ସେଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯିବା ପରେ ପାର୍ôଥବ ଶରୀରକୁ ଏକ ଶୋଭାଯାତ୍ରାରେ ସରୋଜଙ୍କ ଗାଁ କାମାକ୍ଷାନଗର ଥାନା ଦୀଘି ପଂଚାୟତର କେନ୍ଦୁଢ଼ିପରେ ପହଂଚିବ । ଗାଁରେ ଶେଷଦର୍ଶନ ସହ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଗାଁ ଶ୍ମଶାନରେ ସହିଦଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ।