
ଭୁବନେଶ୍ୱର, ଉତ୍କଳ ମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ମାନ ଆୟୋଜିତ ହେଉଛି । ଏହି କ୍ରମରେ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଆଜି ସକାଳ ୮ଟାରେ ୟୁନିଟ୍-୮ ସ୍ଥିତ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯ ଅର୍ପଣ କରାଯାଇଛି। ସେହିପରି ଆଜି ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଓ ଭଜନ ପରିବେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗ ଦେବେ ।