ଭୁବନେଶ୍ଵର, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ । ଏହା ବର୍ତମାନ ପାରାଦୀପ ଠାରୁ ଦକ୍ଷିଣରେ ୬୦୦ କି.ମି. ଦୂରରେ କେନ୍ଦ୍ରୀଭୂତ ରହିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଏହା ଆହୁରି ଘନିଭୂତ ହୋଇ ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି । ଆଜି ମଧ୍ୟାହ୍ନ ଠାରୁ ଏହା ଗତି ପଥ ପରିବର୍ତନ କରି ଉତର-ଉତର-ପୂର୍ବ ଦିଗରେ ଗତି କରି ବାଙ୍ଗଲାଦେଶ-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି ।
ଏହି ଅବପାତଟି ଗଭୀର ଅବପାତରେ ପରିଣତ ହୋଇ ବାତ୍ୟାର ରୂପ ନେଇପାରେ । ଏହା ବାତ୍ୟାର ରୂପ ନେବା ବେଳେ ଓଡ଼ିଶା ଉପକୂଳରେ ପବନର ବେଗ ସର୍ବାଧିକ ୭୦ କି.ମି. ରହିପାରେ । ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ରହିବାର ସମ୍ଭାବନା ନାହିଁ । ଏହାର ପ୍ରଭାବରେ ୨୪ ଓ ୨୫ ତାରିଖରେ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜିବୀଙ୍କୁ ଚେତାବନୀ ଦିଆଯାଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।