
ଭୁବନେଶ୍ୱର, ଭାରତୀୟ ପ୍ରଶାସନିକ ସେବା ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପରେ ଭି.କେ ପାଣ୍ଡିଆନଙ୍କୁ ନୂଆ ନିଯୁକ୍ତି ମିଳିଛି । ପାଣ୍ଡିଆନଙ୍କୁ ‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭାବେ ଦାୟିତ୍ବ ଦିଆଯାଇଛି । ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି । ସେ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାମ କରିବେ ବୋଲି ଜଣାଯାଇଛି।
ଉଲ୍ଲେଖନୀୟ ଯେ ଗତକାଲି ତାଙ୍କ ଅବସର ଆବେଦନକୁ କେନ୍ଦ୍ର ସରକାରଙ୍କ ଦ୍ବାରା ଅନୁମୋଦିତ ହେବା ପରେ ରାଜ୍ୟ ସରକାର ଭି.କେ ପାଣ୍ଡିଆନଙ୍କୁ ଏହି ନୁଆ ଦାୟିତ୍ବ ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ନିର୍ଦେଶନାମା ଜାରି କରାଯାଇଛି।