

ଆଜି ସକାଳେ ସ୍ଥାନୀୟ ଲୋକେ ରାସ୍ତା କଡ଼ରେ ତାଙ୍କ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ । ରାମଚନ୍ଦ୍ରପୁର ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଆନନ୍ଦପୁର ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା । ସାଇଂଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଂଚି ଛାନଭିନ୍ କରି ଫେରିଥିଲା ।
ଅନ୍ୟପକ୍ଷରେ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଅଭିଯୋଗକୁ ଭିତି କରି ପୋଲିସ ଏ ସଂକ୍ରାନ୍ତରେ ଏକ ହତ୍ୟା ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି । ରୀନା ଆଜକୁ ଅଢ଼େଇ ବର୍ଷ ତଳେ କେଶଦୁରାପାଳରେ ବିବାହ କରିଥିଲେ । ନିଃସନ୍ତାନ କାରଣରୁ ସେ ଗତ କିଛି ଦିନ ହେଲା ବାପ ଘରେ ରହୁଥିଲେ । ତେବେ ତାଙ୍କ ମୃତ୍ୟୁର କାରଣ ଅଦ୍ୟାବଧି ଅସ୍ପଷ୍ଟ ରହିଛି ।