
କେନ୍ଦୁଝର- କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥର ମଛାଳ ଛକ ନିକଟ ରାସ୍ତା କଡ଼ରୁ ଜଣେ ସ୍ୱାମୀ ପରିତ୍ୟକ୍ତା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । କେହି ଦୁର୍ବୃତ ତାଙ୍କୁ ହତ୍ୟା କରିବା ପରେ ଏଠାରେ ଫିଙ୍ଗି ଚାଲି ଯାଇଥିବା ସନ୍ଦେହ କରାଯାଉଛି । ମୃତ ମହିଳା ଜଣକ ଶୈଲଙ୍ଗ ଗ୍ରାମର ରୀନାମଣି ସାହୁ (୩୦) ବୋଲି ଜଣାପଡିଛି ।
ଆଜି ସକାଳେ ସ୍ଥାନୀୟ ଲୋକେ ରାସ୍ତା କଡ଼ରେ ତାଙ୍କ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ । ରାମଚନ୍ଦ୍ରପୁର ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଆନନ୍ଦପୁର ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା । ସାଇଂଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଂଚି ଛାନଭିନ୍ କରି ଫେରିଥିଲା ।
ଅନ୍ୟପକ୍ଷରେ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଅଭିଯୋଗକୁ ଭିତି କରି ପୋଲିସ ଏ ସଂକ୍ରାନ୍ତରେ ଏକ ହତ୍ୟା ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି । ରୀନା ଆଜକୁ ଅଢ଼େଇ ବର୍ଷ ତଳେ କେଶଦୁରାପାଳରେ ବିବାହ କରିଥିଲେ । ନିଃସନ୍ତାନ କାରଣରୁ ସେ ଗତ କିଛି ଦିନ ହେଲା ବାପ ଘରେ ରହୁଥିଲେ । ତେବେ ତାଙ୍କ ମୃତ୍ୟୁର କାରଣ ଅଦ୍ୟାବଧି ଅସ୍ପଷ୍ଟ ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO