
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ବିଶିଷ୍ଟ ସାରସ୍ବତ ସାଧକ ତଥା ଆଧୁନିକ ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ‘ଆଲେଖିକା’, ‘କାଳିଜାଇ’, ‘ଚୟନିକା’ ଭଳି କାଳଜୟୀ ରଚନା ସହ ଶିକ୍ଷା, ଜନସେବା ଏବଂ ସମାଜ ସଂସ୍କାର କ୍ଷେତ୍ରରେ ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇରହିବେ।