-
ଡିସେମ୍ବର 15 ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବାକୁ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଙ୍କ ନିର୍ଦ୍ଦେଶ,
କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,
ପୁରୀ,ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍ ବଡିଭୋର ରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ |ଭୋର୍ 4 ରୁ 6 ଘଂଟିକା ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା |
ନୂଆ ଦାୟିତ୍ଵ ଗ୍ରହଣ ପରେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ ଙ୍କ ଏହା ଥିଲା ପ୍ରଥମ ସମୀକ୍ଷା | ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର 15 ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ |ଏହା ନୂଆବର୍ଷ ରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ |
ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ | ପରିକ୍ରମା ପ୍ରକଳ୍ପ landscaping କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ |ସେ ଶ୍ରୀମନ୍ଦିର ଚାରି ଦ୍ଵାର କାମ ମଧ୍ୟ ବୁଲି ଦେଖିଥିଲେ |
ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ | ଏତଦ ବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ ସୁବିଧା ଗୁଡିକ ର ସ୍ଥାନାନ୍ତର ,ପରିକ୍ରମା ପ୍ରକଳ୍ପ ର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ |
ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧା ର ବିକାଶ , ପ୍ରମୋଦ ଉଦ୍ୟାନ, ଓ ଶ୍ରୀ ସେତୁ କାମ ର ଅଗ୍ରଗତି ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟ ରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ |
ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ |ଏହି ପରିଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ,ଆରକ୍ଷୀ ଅଧିକ୍ଷକ ଡଃ କନୱାର ଵିଶାଲ ସିଂ , ଓ ବି ସି ସି ନିର୍ଦ୍ଧେଶକ ଏବଂ ବିଭିନ୍ନ କାର୍ଯ୍ୟରତ ଏଜେନ୍ସୀ ର ଅଧିକାରୀ ମାନେ ଉପସ୍ଥିତ ଥିଲେ |