ନୂଆଦିଲ୍ଲୀ, ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କୀ ବାତ୍’ର ୧୦୬ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଦି ଦେଶବାସୀଙ୍କୁ ସମ୍ବୋଧନ କରି ପର୍ବପର୍ବାଣିରେ କାରିଗରଙ୍କ ଠାରୁ ବସ୍ତ୍ର କିଣିବାକୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଏବେ ପାର୍ବଣ ଋତୁ ଚାଲୁଥିବାରୁ ପର୍ବପର୍ବାଣିରୁ ନିଜର ସମ୍ବୋଧନ ଆରମ୍ଭ କରିଥିଲେ ପିଏମ ମୋଦି । ସେ କହିଥିଲେ ଯେ, ସାରା ଦେଶରେ ଉତ୍ସବର ବାତାବରଣ ରହିଛି । ଏହି ଅବସରରେ ସେ ସମସ୍ତଙ୍କୁ ଆଗାମୀ ପର୍ବପର୍ବାଣୀ ପାଇଁ ଅନେକ ଅନେକ ଅଭିନନ୍ଦନ ଜଣାଇଥିଲେ ।
ପିଏମ କହିଛନ୍ତି ଯେ ଗାନ୍ଧି ଜୟନ୍ତୀ ଅବସରରେ ଦିଲ୍ଲୀରେ ରେକର୍ଡ଼ ସଂଖ୍ୟକ ଖଦି ବସ୍ତ୍ର ବିକ୍ରି ହୋଇଛି । ଏଠାରେ କନଟ୍ ପ୍ଲେସ୍ରେ ମାତ୍ର ଗୋଟିଏ ଖଦି ଷ୍ଟୋର୍ରେ ଗୋଟିଏ ଦିନରେ ଲୋକେ ଦେଢ଼ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବସ୍ତ୍ର କିଣିଛନ୍ତି । ଚଳିତ ମାସରେ ଚାଲିଥିବା ଖଦି ମହୋତ୍ସବ ପୁଣିଥରେ ଏହାର ସମସ୍ତ ପୁରୁଣା ରେକର୍ଡ଼ ଭଙ୍ଗ କରିଦେଇଛି । ଆଉ ଗୋଟିଏ କଥା ଜାଣି ଆପଣଙ୍କୁ ବହୁତ ଭଲ ଲାଗିବ, ଦଶବର୍ଷ ଆଗରୁ ଯେଉଁ ଖଦି ଉତ୍ପାଦଗୁଡ଼ିକର ବିକ୍ରି ବଡ଼ କଷ୍ଟରେ ୩୦ ହଜାର କୋଟି ଟଙ୍କାରୁ ମଧ୍ୟ କମ ରହୁଥିଲା, ଏବେ ଏହା ବୃଦ୍ଧି ପାଇ ପ୍ରାୟ ୧ ଲକ୍ଷ ୨୫ ହଜାର କୋଟି ହୋଇଯାଇଛି । ଖଦି ବିକ୍ରୟ ବୃଦ୍ଧି ପାଇବାର ଅର୍ଥ ହେଲା ଏହାର ଲାଭ ଗାଁ ଠାରୁ ଆରମ୍ଭ କରି ସହର ଯାଏଁ ବିଭିନ୍ନ ଶ୍ରେଣୀର ଲୋକଙ୍କ ପାଖକୁ ପହଂଚୁଛି । ଏହି ବିକ୍ରୟର ଲାଭ ଆମ ବୁଣାକାର, ହସ୍ତଶିଳ୍ପ କାରିଗର, ଆମ ଚାଷୀ, ଆୟୁର୍ବେଦିକ ଗୁଳ୍ମ ଲଗାଉଥିବା କୁଟୀର ଉଦ୍ୟୋଗୀ – ସମସ୍ତଙ୍କୁ ମିଳୁଛି । ଆଉ, ଏହାହିଁ ତ ହେଉଛି, ଭୋକାଲ୍ ଫର୍ ଲୋକାଲ୍ ଅଭିଯାନର ଶକ୍ତି । ଧିରେ ଧିରେ ଆପଣ ସମସ୍ତ ଦେଶବାସୀଙ୍କ ସମର୍ଥନ ଏଥି ପ୍ରତି ବୃଦ୍ଧି ପାଇଚାଲିଛି ।
କାରିଗରମାନଙ୍କ ବସ୍ତ୍ର କିଣିବା ପାଇଁ ଆହ୍ୱାନ ଦେଇ ସେ କହିଛନ୍ତି ଯେ, ଯେତେବେଳେ ବି କୌଣସି ପର୍ଯ୍ୟଟନ, ତୀର୍ଥାଟନ ଉଦ୍ଦେଶ୍ୟରେ ଯାଉଛନ୍ତି, ସେତେବେଳେ ସେଠାକାର ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ତିଆରି କରାଯାଇଥିବା ଜିନିଷମାନ ନିଶ୍ଚୟ କିଣନ୍ତୁ । ଆପଣ ନିଜର ସେହି ଯାତ୍ରାର ସମୁଦାୟ ବଜେଟ୍ରୁ ସ୍ଥାନୀୟ ଉତ୍ପାଦଗୁଡ଼ିକୁ କିଣିବା ପାଇଁ କିଛି ଅଂଶ ନିର୍ଦ୍ଧାରିତ କରିବାକୁ ଅଗ୍ରାଧିକାର ଦିଅନ୍ତୁ । ୧୦ ପ୍ରତିଶତ ହେଉ, ୨୦ ପ୍ରତିଶତ ହେଉ, ଯେତିକି ଆପଣଙ୍କୁ ସୁବିଧା ହେଉଛି, ଲୋକାଲ୍ ଉତ୍ପାଦ କିଣିବାରେ ଏହାକୁ ଖର୍ଚ୍ଚ କରନ୍ତୁ ବୋଲି ପିଏମ ମୋଦି କହିଛନ୍ତି ।