
ଭୁବନେଶ୍ୱର, ଓଡିଶାର ବିକାଶ ହିଁ ମୋର ସର୍ବୋଚ୍ଚ ପ୍ରାଥମିକତା ବୋଲି କହିଛନ୍ତି ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ପୁରୀ ଠାରେ ମହାପ୍ରଭୁଙ୍କୁ ଦର୍ଶନ ପରେ ସେ ଏହା କହିଛନ୍ତି ।
ଶ୍ରୀ ଦାସ କହିଛନ୍ତି ଯେ ମୁଁ ବହୁତ ଭାଗ୍ୟଶାଳୀ, ଓଡ଼ିଶାର ଜନତାଙ୍କ ସେବା ସୌଭାଗ୍ୟ ମିଳିଲା । ଗରିବ, ଶୋଷିତ, ବଞ୍ଚିତଙ୍କ ଜୀବନସ୍ତର ଯେମିତି ଉଚ୍ଚକୁ ଉଠିବ ସେଦିଗରେ ଚେଷ୍ଟା ରହିବ । ସେ କହିଛନ୍ତି ଯେ କେନ୍ଦ୍ର ଓ ରାଜ୍ୟର ଯୋଜନା ଗରିବଙ୍କ ଯାଏ ପହଞ୍ଚିବା ଦାୟିତ୍ୱ ନେବି । ରାଜଭବନ ଦ୍ୱାର ଗରିବ ଲୋକଙ୍କ ପାଇଁ ୨୪ ଘଣ୍ଟା ଖୋଲା ରହିବ ବୋଲି ସେ କହିଛନ୍ତି ।