କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,
ପୁରୀ, ଚଳିତ ବର୍ଷ ଅକ୍ଟୋବର ୩୦ ତାରିଖ ଠାରୁ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶ ରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି। ଏହି ଅବସରରେ ଆଜି ଦିବା ୧୦ ଘଟିକା ୫୦ ମିନିଟ ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫେରେନ୍ସ ମାଧ୍ୟମରେ ସମସ୍ତ ଙ୍କୁ ଶପଥ ପାଠ କରାଇଥିଲେ।ଦୁର୍ନୀତି ବିକାଶ ର ମୁଖ୍ୟ ବାଧକ।ତେଣୁ ସମ୍ମିଳିତ ଭାବେ ରାଜ୍ୟର ଉନ୍ନତି ପାଇଁ ଦୁର୍ନୀତି ର ମୂଳୋତ୍ପାଟନ କରି ବିକାଶ ପ୍ରକ୍ରିୟାରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ। ସରକାର ଦୁର୍ନୀତି ପାଇଁ ଶୂନ୍ୟ ସହନଶୀଳତା ନୀତି ଗ୍ରହଣ କରିବା ସହ ୫ ଟି ଓ ମୋ ସରକାର ମାଧ୍ୟମରେ ଦୁର୍ନୀତି କୁ ନିୟନ୍ତ୍ରଣ କରିବା ବ୍ୟବସ୍ଥା କରାଯାଇଛି।ଦୁର୍ନୀତି ନିବାରଣ କ୍ଷେତ୍ରରେ ସମଗ୍ର ଦେଶରେ ଓଡିଶା ଏକ ନମ୍ବର ହୋଇଛି ବୋଲି କହିବା ସହ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ।
ଓସୱ୍ୱ।ନ କନଫେରେନ୍ସ ହଲରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଡଃ ସୁରେଶ ଚନ୍ଦ୍ର ଦଳାଇ, ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଡେପୁଟି କଲେକ୍ଟର ପ୍ରଶାନ୍ତ କୁମାର ଜେନା,ଆଦ୍ୟାଶା ରଥ, ପ୍ରିୟଦର୍ଶିନୀ ମଲ୍ଲିକ, ରାକେଶ କୁମାର ପଣ୍ଡା,ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ହୋଇ ଶପଥ ପାଠ କରିଥିଲେ। ସେହିପରି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ସମସ୍ତ ଅଧିକାରୀ କର୍ମଚାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ଦୁର୍ନୀତି ନିବାରଣ ଶପଥ ପାଠ କରାଇଥିଲେ।ଜିଲ୍ଲାର ସମସ୍ତ ବ୍ଲକ କାର୍ଯ୍ୟାଳୟର ଓସୱ୍ୱନ ହଲରେ ମଧ୍ୟ ବିଡ଼ିଓ, ତହସିଲଦାର,ସିଡିପିଓ ଓ ଅନ୍ୟାନ୍ୟ ଅଧିକାରୀ ଏବଂ ଅନ୍ୟାନ୍ୟ ସମସ୍ତ କାର୍ଯ୍ୟାଳୟ, ଲାଇନ ଡିପାର୍ଟମେଣ୍ଟରେ ଏହି ଶପଥ ପାଠ ଏକ ସମୟରେ କରାଯାଇଥିଲା।