-
ମୟୁରଭଞ୍ଜର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୦.୫୦ କୋଟି – ୨୪୨୭ ପ୍ରକଳ୍ପ
-
ସମ୍ବଲପୁରର ୩ଟି ନିର୍ବାଚନ ମଣ୍ଡଳୀ ପାଇଁ ୬୯ କୋଟି – ୧୮୦୧ ପ୍ରକଳ୍ପ
-
ମାଲକାନଗିରିର ୨ଟି ନିର୍ବାଚନ ମଣ୍ଡଳୀ ପାଇଁ ୫୫.୫୦ କୋଟି – ୧୪୩୦ ପ୍ରକଳ୍ପ
ଭୁବନେଶ୍ୱର, ଭୁବନେଶ୍ୱରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୦ମ ଦିନରେ ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶା ଯୋଜନାର ଶୁଭାରମ୍ଭ କରିଛନ୍ତି । ଏଥିପାଇଁ ମୟୁରଭଞ୍ଜ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ( ଯଶିପୁର, କରଞ୍ଜିଆ, ସାରସକଣା ଓ ରାଇରଙ୍ଗପୁର)କୁ ମିଳିଛି ୯୦.୫୦ କୋଟି ଟଙ୍କା ।ଏହିସବୁ ନିର୍ବାଚନ ମଣ୍ଡଳୀର ୧୩ଟି ବ୍ଲକ୍ ର ୧୮୧ଟି ଗ୍ରାମ ପଂଚାୟତରେ ୨୪୨୭ଟି ପ୍ରକଳ୍ପ ହେବ । ସେହିପରି ସମ୍ବଲପୁର ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀ (ରେଢାଖୋଲ, ରେଙ୍ଗାଲି ଓ କୁଚିଣ୍ଡା) ପାଇଁ ୬୯ କୋଟି ଟଙ୍କା ମଂଜୁର ହୋଇଛି । ଏଥିରେ ୯ଟି ବ୍ଲକ୍ ର ୧୩୮ଟି ଗ୍ରାମପଂଚାୟତରେ ୧୮୦୧ଟି ପ୍ରକଳ୍ପ କରାଯିବ । ସେହିପରି ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି ୫୫.୫୦ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଚିତ୍ରକୋଣ୍ଡା ଓ ମାଲକାନଗିରି । ଏହିସବୁ ନିର୍ବାଚନମଣ୍ଡଳୀର ୭ଟି ବ୍ଲକ୍ର ୧୧୧ଟି ଗ୍ରାମ ପଂଚାୟତରେ ୧୪୩୦ଟି ପ୍ରକଳ୍ପ ହେବ ।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ । ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଗ୍ରାମବିକାଶ କ୍ଷେତ୍ରରେ ସାରା ଭାରତବର୍ଷପାଇଁ ପଥ ପ୍ରଦର୍ଶକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ମୟୁରଭଞ୍ଜ ଜିଲ୍ଲାର ଯଶିପୁର ନିର୍ବାଚନ ମଣ୍ଡଳୀରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ରହିଛି ଖିଚିଙ୍ଗର ପ୍ରସିଦ୍ଧ ମା’ କିଚକେଶ୍ୱରୀ ମନ୍ଦିରର ସୌନ୍ଦର୍ଯ୍ୟକରଣ, ଏହାର ମ୍ୟୁଜିୟମର ପୁନଃରୁଦ୍ଧାର ପାଇଁ ୯.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି । କରଞ୍ଜିଆ ନିର୍ବାଚନ ମଣ୍ଡଳୀରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୦.୪୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ଠାକୁରମୁଣ୍ଡାରୁ ଉଦଳା ଦେଇ ରୂପ୍ସା ପର୍ଯ୍ୟନ୍ତ ସଡକ ପାଇଁ ୩୦.୯୦ କୋଟି ଟଙ୍କା, ଭୀମକୁଣ୍ଡ ପର୍ଯ୍ୟଟନ କ୍ଷେତ୍ରର ଉନ୍ନତିକରଣ ପାଇଁ ୭.୩୧ କୋଟି ଟଙ୍କା ଓ ଅନ୍ୟାନ୍ୟ ପ୍ରକଳ୍ପ ରହିଛି । ଏହି ପରି ମୟୁରଭଞ୍ଜ ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୨୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬୦.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ ।
ସମ୍ବଲପୁର ଜିଲ୍ଲାର ରେଢାଖୋଲ ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୫.୫୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ସନ୍ଥ ଭୀମଭୋଇଙ୍କ ସ୍ମୃତି ପୀଠ ଓ ପ୍ରାପ୍ତି ପୀଠର ବିକାଶ ଓ ସୌନ୍ଦର୍ଯ୍ୟକରଣ ପାଇଁ ୮.୬୯ କୋଟି ଟଙ୍କା, ହୁମା ବକ୍ର ମନ୍ଦିର ଉନ୍ନତି ପାଇଁ ୮ କୋଟି, ରେଢାଖୋଲ ଜଗନ୍ନାଥ ମନ୍ଦିର ପାଇଁ ୨.୮୩ କୋଟି, ରେଢାଖୋଲ ପଂଚଖଣ୍ଡା ମନ୍ଦିର ପାଇଁ ୨ କୋଟି ଟଙ୍କା ମଞ୍ଜୁର ହୋଇଛି । ରେଙ୍ଗାଲି ନିର୍ବାଚନ ମଣ୍ଡଳୀରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହି ପରି ସମ୍ବଲପୁର ଜିଲ୍ଲାର ୩ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୨୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୩୧.୮୪ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ ।
ସେହିପରି ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀରେ ୨୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮୮.୩୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହି ପରି ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୪୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬୪.୬୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ । ମାଲକାନଗିରି ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଧ୍ୟାନ ବିଷୟରେ ଆଲୋକପାତ କରି ସେ କହିଲେ ଯେ ମାଲକାନଗିରି ମୁଖ୍ୟମନ୍ତ୍ରୀ ସବୁଠାରୁ ପ୍ରିୟ । ଅନେକ ଜନକଲ୍ୟାଣକାରୀ ଯୋଜନା- ଲକ୍ଷ୍ମୀ, ଟଙ୍କିକିଆ ଚାଉଳ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ପ୍ରଭୃତି ଯୋଜନା ମାଲକାନଗିରିରୁ ହିଁ ଆରମ୍ଭ ହୋଇଛି । ମା’ ମାନଙ୍କ ପାଇଁ ଅଧିକ ୫ ଲକ୍ଷ ମାଲକାନଗିରିରୁ ହିଁ ଆରମ୍ଭ ହୋଇଥିଲା ।