
-
କନ୍ଧମାଳର ୩ଟି ନିର୍ବାଚନମଣ୍ଡଳୀ ପାଇଁ ୮୫.୫୦ କୋଟି – ୨୦୯୯ ପ୍ରକଳ୍ପ
-
ଅନୁଗୋଳର ୫ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୧୨.୫୦ କୋଟି – ୨୭୯୬ ପ୍ରକଳ୍ପ
-
ଗଜପତିର ୨ଟି ନିର୍ବାଚନ ମଣ୍ଡଳୀ ପାଇଁ ୭୪.୫୦ କୋଟି – ୧୬୬୨ ପ୍ରକଳ୍ପ
ଭୁବନେଶ୍ୱର, ଭୁବନେଶ୍ୱରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୧ତମ ଦିନରେ କନ୍ଧମାଳ, ଅନୁଗୋଳ ଓ ଗଜପତି ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶାଯୋଜନାର ଶୁଭାରମ୍ଭ କରିଛନ୍ତି । ଏଥିପାଇଁ କନ୍ଧମାଳ ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀ (ବାଲିଗୁଡା, ଜି. ଉଦୟଗିରି ଓ ଫୁଲବାଣୀ)କୁ ମିଳିଛି ୮୫.୫୦ କୋଟି ଟଙ୍କା । ଏହିସବୁ ନିର୍ବାଚନ ମଣ୍ଡଳୀର ୧୨ଟି ବ୍ଲକ୍ ର ୧୭୧ ଟି ଗ୍ରାମ ପଂଚାୟତରେ ୨୦୯୯ଟି ପ୍ରକଳ୍ପ ହେବ । ସେହିପରି ଅନୁଗୋଳ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ( ତାଳଚେର, ପାଲଲହଡା, ଛେଣ୍ଡିପଦା, ଆଠମଲ୍ଲିକ ଓ ଅନୁଗୋଳ)ପାଇଁ ୧୧୨.୫୦ କୋଟି ଟଙ୍କା ମଂଜୁର ହୋଇଛି । ଏଥିରେ ୮ଟି ବ୍ଲକ୍ ର ୨୨୫ଟି ଗ୍ରାମପଂଚାୟତରେ ୨୭୯୬ଟି ପ୍ରକଳ୍ପ କରାଯିବ । ସେହିପରି ଗଜପତି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି ୭୪.୫୦ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ମୋହନା ଓ ପାରଳାଖେମୁଣ୍ଡି । ଏହିସବୁ ନିର୍ବାଚନମଣ୍ଡଳୀର ୭ଟି ବ୍ଲକ୍ର ୧୪୯ଟି ଗ୍ରାମ ପଂଚାୟତରେ ୧୬୬୨ଟି ପ୍ରକଳ୍ପ ହେବ ।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଂଚାଇବ । ସଂସ୍କୃତି ସହିତ ଆଧୁନିକତାର ସମନ୍ୱୟ ହିଁ ବିକାଶର ଆଦର୍ଶ ମାର୍ଗ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ସେ ପୁଣି କହିଲେ ଯେ ଆମର ସୁଦୃଢ ସାଂସ୍କୃତିକ ଭିିିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଂଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।
୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରେ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେ ରହିଛି ବାଲିଗୁଡାରୁ ବୁଡ଼ାଗୁଡ଼ା ପର୍ଯ୍ୟନ୍ତ ରାସ୍ତା ପାଇଁ ୪୩.୮୭ କୋଟି, ୩ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ପାଇଁ ୩୭ କୋଟି, ଜଗନ୍ନାଥ ମନ୍ଦିର, ପାଟଖଣ୍ଡ ମନ୍ଦିର, କୋଟଗଡ ଆଦିବାସୀ ହଷ୍ଟେଲ, ଆଦିବାସୀ କଲେଜ, ଲୁଡୁ ଜଳପ୍ରପାତ ପର୍ଯ୍ୟଟନ ପ୍ରକଳ୍ପ ଓ ଅନ୍ୟାନ୍ୟ ପ୍ରକଳ୍ପ । ଜି ଉଦୟଗିରି ନିର୍ବାଚନ ମଣ୍ଡଳୀରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬.୪୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ସେହିପରି ଫୁଲବାଣୀ ନିର୍ବାଚନ ମଣ୍ଡଳୀରେ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୫.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହି ପରି କନ୍ଧମାଳ ଜିଲ୍ଲାର ୩ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୩୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୪୮.୩୭ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ ।
ଅନୁଗୋଳ ଜିଲ୍ଲାର ପାଲଲହଡ଼ା ନିର୍ବାଚନ ମଣ୍ଡଳୀରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୪୪.୮୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ତାଳଚେର ନିର୍ବାଚନ ମଣ୍ଡଳୀରେ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୭.୪୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ସେହିପରି ଅନୁଗୋଳ ନିର୍ବାଚନ ମଣ୍ଡଳୀରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୩୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୯୩ କୋଟି ମଞ୍ଜୁର ହୋଇ ପାରିବ । ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ୧୦ ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୪.୪୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଅନୁଗୋଳ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୪୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯୨.୦୬ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ ।
ଅନ୍ୟପକ୍ଷରେ ଗଜପତି ଜିଲ୍ଲାର ମୋହନା ନିର୍ବାଚନ ମଣ୍ଡଳୀରେ ୧୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୫.୨୪ କୋଟି ଟଙ୍କା ମଞ୍ଜୁର କରାଯାଇଛି । ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭୮.୮୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହିପରି ଗଜପତି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୩୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨୪.୦୬ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ । ୩ଟି ଜିଲ୍ଲାରେ ସମୁଦାୟ ୧୧୮ ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୬୪.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ଉପ ବାଚସ୍ପତି ରଜନୀ କାନ୍ତ ସିଂହ, ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ମହେଶ ସାହୁ, ସାଂସଦ ଡଃ ଅଚ୍ୟୁତାନନ୍ଦ ସାମନ୍ତ, ବିଧାୟକ ଚକ୍ରମଣି କହଁର, ବିଧାୟକ ସାଲୁଗା ପ୍ରଧାନ, ବିଧାୟକ ଅଙ୍ଗଦ କହଁର, ବିଧାୟକ ବ୍ରଜ କିଶୋର ପ୍ରଧାନ, ବିଧାୟକ ମୁକେଶ ପାଲ୍, ବିଧାୟକ ସୁଶାନ୍ତ ବେହେରା, ବିଧାୟକ ରମେଶ ଚନ୍ଦ୍ର ସାଇ, ସମେତ ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ ।