ଭୁବନେଶ୍ୱର, ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ବୁଧବାର ଜାମିନ ମିଳିଛି । ଭୁବନେଶ୍ୱର ଏସଡିଜେଏମ୍ କୋର୍ଟ ଟୁଟୁଙ୍କୁ ଜାମିନ ଦେଇଛନ୍ତି । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଜାମିନ ଦିଆଯାଇଛି ।
ଉଲ୍ଲେଖ ଥାଉ କି ଶ୍ରୀୟା ସ୍ୱାତି ସିନେ କମ୍ପେ୍ଲକ୍ସରେ ପ୍ରଥା ଫିଲ୍ମର ପ୍ରିମିୟର ବେଳେ ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ଅଭିଯୋଗରେ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଖାରବେଳନଗର ଥାନା ପୁଲିସ ଦଫା ୩୫୪, ୩୪୧, ୩୨୩, ୨୯୪ରେ ଗିରଫ କରି ଗତ ଶନିବାର କୋର୍ଟ ଚାଲାଣ କରିଥିଲା । ଏହାପରେ କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ ।