ଭୁବନେଶ୍ୱର, ଛତିଶଗଡ଼ଠାରେ ଓଡ଼ିଆ ଯବାନ ପ୍ରକାଶ ଚନ୍ଦ୍ର ଶିଅଳ ଶହୀଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି ।
ସୋସିଆଲ ସାଇଟ୍ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଛତିଶଗଡ଼ଠାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସୀମା ସୁରକ୍ଷା ବାହିନୀରେ କାର୍ଯ୍ୟରତ ଓଡ଼ିଆ ଯବାନ ପ୍ରକାଶ ଚନ୍ଦ୍ର ଶିଅଳଙ୍କ ଶହୀଦ ଖବର ବିଷୟରେ ଜାଣି ମୁଁ ଦୁଃଖିତ । ଦେଶ ସେବା ପାଇଁ ତାଙ୍କ ତ୍ୟାଗ ଓ ବଳିଦାନ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।