ନୂଆଦିଲ୍ଲୀ,ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁପ୍ରିମକୋର୍ଟ ପାଇଁ ତିନିଜଣ ବିଚାରପତିଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି । ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ସତୀଶ ଚନ୍ଦ୍ର ଶର୍ମା, ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାପତି ଆଙ୍ଗଷ୍ଟିନ ଜର୍ଜ ମସିହ ଓ ଗୌହାଟୀ ହାଇକୋର୍ଟର ମୁଖ୍ୟ ବିଚାରପତି ସନ୍ଦୀପ ମେହତାଙ୍କୁ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି ଦ୍ରୌପଦୀ ମୁର୍ମୁ । ଗତ ସପ୍ତାହରେ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଏହି ତିନିଜଣଙ୍କ ନାମ ସୁପାରିଶ କରାଯାଇଥିଲା ।
Related Stories
November 23, 2024