
ପୁରୀ– ପୁରୀ ସରକାରୀ ଶିଳ୍ପ ତାଲିମ ଶିକ୍ଷାନୁଷ୍ଠାନ ଆନୁକୂଲ୍ୟରେ ପ୍ରଧାନମନ୍ତ୍ରୀ ଜାତୀୟ ଆପ୍ରେଣ୍ଟିସିପ୍ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ମେଳରେ ମୁଖ୍ୟ ଅତିଥି ଭାବେ ପୁରୀ ଜିଲ୍ଲା କର୍ମନିଯୁକ୍ତି ଅଧିକାରୀ ସୁବାସ ଚନ୍ଦ୍ର ବେହେରା ଯୋଗଦେଇ ମେଳାର ଉଦ୍ଦେଶ୍ୟ ସମ୍ପର୍କରେ ବୁଝାଇଥିଲେ। ଉପସ୍ଥିତ ଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବିକାଶ ଉପରେ ଆଲୋକପାତ କରିଥିଲେ । ପୁରୀ ସରକାରୀ ଶିଳ୍ପ ତାଲିମ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ଇଂ. ଅରୋବିନ୍ଦ ଘୋଷଙ୍କ ତତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ମେଳାରେ ଯୋଗଦେଇଥିବା ବିଭିନ୍ନ ସଂସ୍ଥା ମାନଙ୍କୁ ଆପ୍ରେଣ୍ଟିସିପ୍ ର ଗୁରୁତ୍ଵ ବୁଝାଇବା ସହିତ ଛାତ୍ରଛାତ୍ରୀ ମାନଙ୍କୁ ଆପ୍ରେଣ୍ଟିସିପ୍ ରେ ସୁଯୋଗ ଦେବାକୁ ଅଧ୍ୟକ୍ଷ ଅନୁରୋଧ କରିଥିଲେ।