ବଲାଙ୍ଗିର: ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ ମୁଖ୍ୟାଳୟରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଜିଲ୍ଲାପାଳ ଶ୍ରୀ ଚଞ୍ଚଲ ରାଣା, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ,ବଲାଙ୍ଗିର ଗୁଡଭେଲା ବିଡିଓ ,ତହସିଲଦାର ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ବିଭିନ୍ନ ସମସ୍ୟା ମୂଳକ ମୋଟ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ସମୁଦାୟ ୨୮ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିବାବେଳେ ୨୧ ଟି ବ୍ୟକ୍ତିଗତ ଅଭିଯୋଗ ଦାଖଲ ହୋଇଥିଲା ଏବଂ ଅବଶିଷ୍ଟ ୭ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣ ଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ୫ଟି ଅଭିଯୋଗ ର ତୁରନ୍ତ ସମାଧାନ ହେଇଥିଲା । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ଓ ଜିଲ୍ଲା ରେଡକ୍ରସ ପାଣ୍ଠି ରୁ କୌଣସି ଆର୍ଥିକ ସହାୟତା ମଞ୍ଜୁର କରାଯାଇନାହିଁ ।
ଏହି ଗସ୍ତ ବେଳେ ଜିଲ୍ଲାପାଳ ତୁଷୁରା ଉଚ୍ଚ ବିଦ୍ୟାଳୟ ଏବଂ କଲେଜ ଫାଇଭ-ଟି କାମ ଅନୁଧ୍ୟାନ କରିବାସହ ଜଲ୍ଦି ଏବଂ ସଠିକ ପ୍ରକାରେ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଆଦେଶ ଦେଇଥିଲେ।