ଭୁବନେଶ୍ଵର– ପଶ୍ଚିମା-ଝଡ଼ ଏବଂ ପୂର୍ବାଳୀ ତରଙ୍ଗାୟିତ ବାୟୁ ପ୍ରବାହ ପ୍ରଭାବରେ ୨୦ ଏବଂ ୨୧ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ଆଗାମୀ ୩ ରୁ ୪ ଦିନ ଯାଏଁ ରାଜ୍ୟରେ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନଥିବାବେଳେ ପରବର୍ତୀ ସମୟରେ ରାତ୍ରି ତାପମାତ୍ରାରେ ୨ ରୁ ୪ ଡ଼ିଗ୍ରୀ ଯାଏଁ ହ୍ରାସ ଘଟିବାର ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।