ଭୁବନେଶ୍ୱର– ବିଜେଡି ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୁଦ୍ଧରେ ରାଜ୍ୟ ବିଜେପି ପକ୍ଷରୁ ରାଜ୍ୟବ୍ୟାପୀ ବ୍ଲକ୍ ଘେରାଉ କରାଯାଉଛି । ଏହି କ୍ରମରେ ମଙ୍ଗଳବାର ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଆୟୋଜିତ ଗଞ୍ଜାମ ବ୍ଲକ ଘେରାଉରେ ରାଜ୍ୟ ସଭାପତି ମନମୋହନ ସାମଲ ଯୋଗ ଦେଇଛନ୍ତି ।
ଏହି ଅବସରରେ ରାଜ୍ୟ ସମ୍ପାଦକ ସରୋଜ କର, ଜିଲ୍ଲା ସଭାପତି ଡକ୍ଟର ସୁବାଷ ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର କର, ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସମ୍ପାଦକ କୃଷ୍ଣଚନ୍ଦ୍ର ନାୟକଙ୍କ ସମେତ ଅନେକ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ ।