
ଭୁବନେଶ୍ୱର– ରାଜ୍ୟରେ ବଢ଼ିଛି ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ। ପାଞ୍ଚ ବର୍ଷର ରେକର୍ଡ ଭାଙ୍ଗିଛି ଗତବର୍ଷର ଦୁର୍ଘଟଣା। ୨୦୨୨ରେ ଯାଇଛି ୫ ହଜାର ୪୬୭ ଜଣଙ୍କ ଜୀବନ। ଗୃହରେ ବିଜେପି ବିଧାୟିକା କୁସୁମ ଟେଟେଙ୍କ ପ୍ରଶ୍ନରେ ଉତ୍ତର ଦେଇଛନ୍ତି ପରିବହନ ମନ୍ତ୍ରୀ । ସେହିପରି ଗତ ପାଞ୍ଚ ବର୍ଷରେ ମୋଟ ୫୪,୭୯୦ଟି ସଡ଼କ ଦୁର୍ଘଟଣା ହୋଇଛି। ଯେଉଁଥିରେ ୨୫,୯୩୪ ଜଣଙ୍କ ଜୀବନ ଯାଇଛି। ଆଉ ଆହତ ହୋଇଛନ୍ତି ୫୧, ୮୭୩ ଜଣ। ଅନ୍ୟପଟେ ସଡ଼କ ସଚେତନତା ବାବଦକୁ ୫ ବର୍ଷରେ ସରକାର ୭୯ କୋଟି ୧୨ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିବା ଉତ୍ତର ଦେଇଛନ୍ତି ପରିବହନ ମନ୍ତ୍ରୀ ।