-
ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ୩ି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା
ଭୁବନେଶ୍ୱର– ମାଲକାନଗିରିର ସ୍ୱାଭିମାନ ଅଂଚଳରେ ଶନିବାର ଏକ ସଡକ ଦୁର୍ଘଟଣାରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହା ସହ ମୁଖ୍ୟମନ୍ତ୍ରୀ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।
ଏହି ଦୁର୍ଘଟଣାରେ ଆହତ ୮ ଜଣଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ମୃତାହତ ସମସ୍ତ ଶ୍ରମିକ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଅଂଚଳର ବୋଲି ଜଣାପଡିଛି ।