
ଭୁବନେଶ୍ୱର, ଆଜି ହେଉଛି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ ମିତ୍ରଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ବିଶିଷ୍ଟ ଜନନେତା, ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିରେନ ମିତ୍ରଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଦେଶର ସ୍ୱାଧୀନତା ସହ ଲୋକଙ୍କ ସେବାରେ ତାଙ୍କ ଉଲ୍ଲେଖନୀୟ କାର୍ଯ୍ୟ ଚିରସ୍ମରଣୀୟ।