-
ଅମଳ ଫସଲ ସୁରକ୍ଷିତ ରଖିବାକୁ ଚାଷୀଙ୍କୁ ପରାମର୍ଶ
ଭୁବନେଶ୍ୱର– ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଏବଂ କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିଲାଗି କୃଷି ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଆଦି ୫ ଜିଲ୍ଲାର କୃଷି ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଏହି ୫ ଜିଲ୍ଲାର କୃଷି ଅଧିକାରୀମାନଙ୍କର ୨ ରୁ ୬ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରାଯାଇଛି ।ଏନେଇ ସବୁ ଜିଲ୍ଲାର ମୁଖ୍ୟ କୃଷି ଅଧିକାରୀଙ୍କୁ କୃଷି ବିଭାଗ ଚିଠି ଲେଖିଛି ।
ସେହିପରି ଅମଳ ହୋଇଥିବା ଫସଲର ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ଚାଷୀଙ୍କୁ ପରାମର୍ଶ ଦେଇଛି କୃଷି ବିଭାଗ । ୪ ତାରିଖ ପୂର୍ବରୁ ବିଭିନ୍ନ ଫସଲ ଅମଳ କରିନେବା ଲାଗି ବି ପରାମର୍ଶ ଦିଆଯାଇଛି ।