ଭୁବନେଶ୍ୱର– ଆଜି ଅପରାହ୍ନ ୨ ଟା ୩୦ ସମୟର ପର୍ଯ୍ୟବେକ୍ଷଣ ଅନୁଯାୟୀଗତ ୬ ଘଂଟା ମଧ୍ୟରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ମିଗଜୋମ ଉତ୍ତର-ପଶ୍ଚିମ ଦିଗରେ ଘଂଟା ପ୍ରତି ୧୧ କିଲୋମିଟର ବେଗରେ ଅଗ୍ରସର ହେଉଛି । ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଏହା ସମାନ ଅଂଚଳରେ ୧୨ଡ଼ିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୨.୧ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ପାଖରେ , ପୁଡୁଚେରୀର ପ୍ରାୟ ୨୫୦ କିଲୋମିଟର ପୂର୍ବ, ଚେନ୍ନାଇର ୨୩୦ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବ, ନେଲୋରର ୩୫୦ କିଲୋମିଟର ଦକ୍ଷିଣ-ପୂର୍ବ, ବାପାଟଲାର ୪୬୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଏବଂ ମଛଲିପଟନମ ଠାରୁ ୪୮୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ରହିଛି । ଏହା ପରବର୍ତୀ ସମୟରେ ନିଜ ଗତିର ଦିଗ ଉତ୍ତର ପଶ୍ଚିମ ଦିଗରେ ବଜାୟ ରଖିବା ସହ ୪ ତାରିଖ ପୂର୍ବାହ୍ନ ବେଳକୁ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ର ସମୁଦ୍ର ମଧ୍ୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ହେବା ସମ୍ଭାବନା ରହିଛି ।
ଏହା ପରେ ଉତ୍ତର ଦିଗରେ ଗତିକରିବା ସହ,ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳକୁ ପ୍ରାୟ ସମାନ୍ତରାଳ ଭାବେ ଗତିକରି, ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ନେଲୋର ଏବଂ ମଛଲିପଟନମ ମଧ୍ୟରେ ୫ ଡିସେମ୍ବର ପୂର୍ବାହ୍ନରେ ଏକ ଭୀଷଣ ବାତ୍ୟା ଭାବେ ସର୍ବାଧିକ ସ୍ଥାୟୀ ପବନ ବେଗ ଘଂଟା ପ୍ରତି ବେଗ ୯୦ ରୁ ୧୦୦ କିଲୋମିଟର ତଥା ଝଟକା ପବନ ୧୧୦ କିମି ବେଗରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ।