ଭୁବନେଶ୍ୱର– ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତି ନେଇଛନ୍ତି । ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।
କାର୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ଆଜି ଶେଷ ହେବାର ଥିଲା । କଟକର ଐତିହାସିକ ବାଲିଯାତ୍ରା ଅବଧି ଦୁଇଦିନ ବୃଦ୍ଧି କରିବାକୁ କଟକ ମହାନଗର ନିଗମ ମେୟର ସୁବାସ ସିଂ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ।
ସୂଚନାଯୋଗ୍ୟ ଯେ ବାଲିଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି ଓ ଏଥିରେ ବିପୁଳ ଜନ ସମାଗମ ହେଉଛି ।