ଭୁବନେଶ୍ଵର– ପଶ୍ଚିମ-କେନ୍ଦ୍ରୀୟ ତତ-ସଂଲଗ୍ନ ସମୁଦ୍ର ମଧ୍ୟସ୍ଥ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ଭୀଷଣ ବାତ୍ୟା ମିଗଜୋମ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ଭୀଷଣ ବର୍ଷା ଏବଂ ଅନ୍ୟ କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତା ୨୪ ଘଂଟା ପାଇଁ ୩ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଥିବା ବେଳେ ୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ୩ ଜିଲ୍ଲା ହେଲା ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ା । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (୭ରୁ ୨୦ ସେମି) ବର୍ଷା ସମ୍ଭାବନା ରହିଛି ।
ସେହିପରି ୟେଲୋ ୱାର୍ଣ୍ଣି ଜାରି ହୋଇଥିବା ୫ ଜିଲ୍ଲା ହେଲା ଗଜପତି, ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର ଏବଂ କନ୍ଧମାଳ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଭାରି ବର୍ଷା (୭ରୁ ୧୧ ସେମି) ସମ୍ଭାବନା ରହିଛି ।
ସେହିପରି ଆସନ୍ତାକାଲି ପାଇଁ ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେସବୁ ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ ରାୟଗଡ଼ା । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।