
ଭୁବନେଶ୍ୱର-ଜୋରଧରିଲା କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି । ଏହି ଦାବିରେ କଣ୍ଟାବାଞ୍ଜିରେ 12ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । ଜିଲ୍ଲା ସଂଘର୍ଷ ସମିତିର ସଭାପତି ଶେଷଦେବ ପଟେଲଙ୍କ ନେତୃତ୍ୱରେ ବୁଦ୍ଧିଜୀବୀ ଓ ଜିଲ୍ଲା ସଂଘର୍ଷ ସମିତିର ସଦସ୍ୟ, ରାଜନୈତିକ ଦଳର କର୍ଯ୍ୟକର୍ତା, ବିଭିନ୍ନ ସଂଗଠନର ନେତୃବୃନ୍ଦ ଏହି ବନ୍ଦ ପାଳନରେ ସାମିଲ ହୋଇଛନ୍ତି । ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବଜାର, ଶିକ୍ଷା ଅନୁଷ୍ଠାନ, ସରକାରୀ ଓ ବେସରକାରୀ ଅନୁଷ୍ଠାନ ଓ ବିଭିନ୍ନ ପ୍ରତିଷ୍ଠାନ ବନ୍ଦ ରହିଛି । ଶାନ୍ତି ଶୃଙ୍ଖଳା ପାଇଁ ପୋଲିସ ମୁତୟନ ହୋଇଛନ୍ତି ।