
ଭୁବନେଶ୍ୱର -ରାଜ୍ୟରେ ବଢିବ ଶୀତ । ଆଗାମୀ ୨ ରୁ ୩ ଦିନ ମଧ୍ୟରେ ରାତି ତାପମାତ୍ରା ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବର୍ତମାନ କୋହଲା ପାଗ ସାଙ୍ଗକୁ ମେଘୁଆ ଆକାଶ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ସ୍ୱାଭାବିକ ତୁଳନାରେ ୨ରୁ ୩ ଡିଗ୍ରୀ ଅଧିକ ରହୁଛି । ତେବେ କୋହଲା ପାଗ ପ୍ରଭାବ କମିବା ପରେ ଓ ବାଦଲ ହଟିବା ପରେ ରାତି ତାପମାତ୍ରା ଆଗାମୀ ୨ରୁ ୩ ଦିନ ମଧ୍ୟରେ ୩ ରୁ ୫ ଡିଗ୍ରୀ ଯାଏଁ ତଳକୁ ଖସିବାର ସମ୍ଭାବନା ରହିଛି । ଫଳରେ ରାତି ତାପମାତ୍ରା ସ୍ୱାଭାବିକ ସ୍ଥିତିକୁ ଫେରିବ ବୋଲି କହିଛି ପାଣିପାଗ ବିଭାଗ ।