
– ରିପୋର୍ଟ ମିଳିବା ପରେ ବାଲେଶ୍ୱର ଗସ୍ତରେ ଯିବେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର- ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଅବ୍ୟବସ୍ଥା ସମ୍ପର୍କରେ ଅସନ୍ତୋଷ ପ୍ରକାଶ କରି କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗତକାଲି ହଠାତ୍ ଧାରଣାରେ ବସିଥିଲେ । ଏହି ଘଟଣା ସମ୍ପର୍କରେ ଅବଗତ ହେବା ପରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀଙ୍କ ସହ ବ୍ୟକ୍ତିଗତ ଭାବେ ଆଲୋଚନା କରି କରିଥିଲେ ।
ମନ୍ତ୍ରୀ ଶ୍ରୀ ଦାଶ ଏ ବିଷୟରେ ତଦନ୍ତ କରିବା ପାଇଁ ସ୍ୱାସ୍ଥ୍ୟ ସଚିବଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ଏହା ସହ ସ୍ୱାସ୍ଥ୍ୟସେବା ନିଦେ୍ର୍ଧଶକଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଅଧକାରୀ କମିଟି ଗଠନ କରି ଘଟଣାର ପୁଂଖାନୁପୁଂଖ ତଦନ୍ତ ସହ ସଂପୃକ୍ତ କର୍ମ·ରୀଙ୍କ ବିରୋଧରେ କାର୍ଯ୍ୟାନୁÂାନ ଗ୍ରହଣ କରିବା ପ୍ରସ୍ତାବ ସହ ୩ ଦିନ ମଧ୍ୟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ ପାଇଁ ନିଦେ୍ର୍ଧଶ ଦେଇଛନ୍ତି ।
ଉକ୍ତ ରିପୋର୍ଟ ମିଳିବା ପରେ ନିଜେ ସ୍ୱାସ୍ଥ୍ୟ ମନ୍ତ୍ରୀ ବାଲେଶ୍ୱର ଗସ୍ତ କରି ସମସ୍ୟାର ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରିବେ ବୋଲି ପ୍ରକାଶ କରିଛନ୍ତି ।