ଭୁବନେଶ୍ୱର- ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଗୁରୁବାର ଡ. ହରେକୃଷ୍ଣ ମହତାବଙ୍କ ଶ୍ରାଦେ୍ଧାତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବିଧାନସଭା ପରିସରରେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁÂିତ ହୋଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପ୍ରାଙ୍ଗଣରେ ବିଶିଷ୍ଟ ଜନନେତା ଉକ୍ରଳକେଶରୀ ଡ. ମହତାବଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।
ବାଚସ୍ପତି ଡ. ପାତ୍ର, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକଙ୍କ ସମେତ ବିଧାନସଭାର ସଦସ୍ୟ, ପୂର୍ବତନ ସଦସ୍ୟ, ଉକ୍ରଳ ସମ୍ମିଳନୀର କର୍ମକର୍ତା ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏହି ମହାନ ବରପୁତ୍ରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ଶାଶ୍ୱତି ସାମାଜିକ ଓ ସାଂସ୍କୃତିକ ଅନୁÂାନର କଳାକାରମାନେ ଉକ୍ରଳକେଶରୀଙ୍କ ସ୍ମୃତିରେ ଏକ ସଙ୍ଗୀତ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ଓ ବିଧାନସଭାର କର୍ମ·ରୀମାନେ ଉପସ୍ଥିତ ଥିଲେ । ଯୁଗ୍ମ ନିଦେ୍ର୍ଧଶକ (ଗବେଷଣା) ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିଲେ ।