କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,
ପୁରୀ,ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଓଢଣ ଷଷ୍ଠୀ ନୀତି ଅନୁଷ୍ଠିତ । ଏହି ଅବସରରେ ଶ୍ରୀଜୀଉମାନଙ୍କୁ ଘୋଡଲାଗି କରାଯାଇଛି । ଦ୍ୱାଦଶ ଯାତ୍ରାମାନଙ୍କ ମଧ୍ୟରୁ ଶ୍ରୀମନ୍ଦିରରେ ପାଳିତ ହେଉଥିବା ଓଢଣ ଷଷ୍ଠୀ ନୀତି ଅନ୍ୟତମ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସକାଳ ଧୂପ ପରେ ମଇଲମ କରାଯାଇ ପୂର୍ବ ରାତିରୁ ଭୋଗମଣ୍ଡପ ପରେ ଅଧିବାସିତ ହୋଇଥିବା ଘୋଡମାନଙ୍କୁ ଘଣ୍ଟା, ଛତା, କାହାଳୀ ସହ ପଟୁଆରରେ ବଡଦେଉଳକୁ ତିନି ଘେରା ପ୍ରଦକ୍ଷିଣ କରାଯାଇ ରତ୍ନସିଂହାସନକୁ ବିଜେ କରାଯାଇଥିଲା ।ସିଂହାସନରେ ଠାକୁରମାନଙ୍କର ପାଗ ଓ ଘୋଡ ଲାଗି ବଢିବାପରେ ଛଅ ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା । ପରେ ପ୍ରସାଦ ଲାଗି ସହ ତିନିବାଡ଼ରେ ବନ୍ଦାପନା କରାଯାଇଥିଲା । ମଖଲମ ଓ ସୂତା କପଡ଼ାରେ ଦରଜୀ ସେବକଙ୍କ ଦ୍ୱାରା ଶ୍ରୀଜୀଉଙ୍କର ଏହି ଘୋଡ଼ ସ୍ୱତନ୍ତ୍ର ଶୈଳୀରେ ପ୍ରସ୍ତୁତ କରାଯାଇଥିଲା । ପରମ୍ପରା ଅନୁଯାୟୀ ଶ୍ରୀ ପଂଚମୀ ପୂର୍ବଦିନ ପର୍ଯ୍ୟନ୍ତ ଠାକୁରମାନେ ଏହି ଘୋଡ଼ ଲାଗି ହୋଇଥାନ୍ତି । ଶୀତ ଦାଉରୁ ରକ୍ଷା ପାଇବା ପାଇଁ ମାନବୀୟ ଲୀଳାକ୍ରମରେ ଶ୍ରୀଜୀଉ ଏହି ଘୋଡ଼ ବା ଶୀତବସ୍ତ୍ର ପରିଧାନ କରିଥିଲେ ।
Related Stories
January 15, 2025