ଭୁବନେଶ୍ୱର– ରାଉରକେଲାରେ ଡାଇରିଆ ସଂକ୍ରମଣ ବ୍ୟାପିବା ଉପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦବେଗ ପ୍ରକାଶ କରିଛନ୍ତି । ରାଜ୍ୟ ସରକାର ତୁରନ୍ତ ଏହି ସମ୍ବେଦଶୀଳ ଘଟଣାକୁ ଗୁରୁତ୍ୱର ସହ ନେଇ ଚିକିତ୍ସିତ ହେଉଥିବା ଲୋକଙ୍କୁ ଉତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଅନ୍ତୁ । ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନେବା ସହ ଉକ୍ତ ଅଂଚଳରେ ନାଗରିକଙ୍କୁ ଅତ୍ୟାବଶ୍ୟକ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବା ପାଇଁ ତ୍ୱରିତ ପଦକ୍ଷେପ ନିଅନ୍ତୁ ବୋଲି ସୋସିଆଲ ସାଇଟ୍ ଏକ୍ସରେ ଉଲ୍ଲେଖ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।
କେନ୍ଦ୍ରମନ୍ତ୍ରୀ ଉଲ୍ଲେଖ କରିଛନ୍ତି ରାଉରକେଲା ସହର ସହିତ ଆଖପାଖ ଅଂଚଳରେ ଗତ କିଛି ଦିନ ହେବ ଡାଇରିଆ ଲାଗି ରହିଥିବା କାରଣରୁ ଲୋକମାନେ ମୃତ୍ୟୁବରଣ କରିଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଆକ୍ରାନ୍ତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଚିକିତ୍ସିତ ହେଉଥିବା ଲୋକମାନେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ।
ରାଉରକେଲା ଭଳି ମହାନଗର ଅଂଚଳରେ ଡାଇରିଆ ସଂକ୍ରମଣରେ ଶତାଧିକ ଲୋକ ଆକ୍ରାନ୍ତ ହେବା ଓ ପ୍ରଶାସନର ନିୟନ୍ତ୍ରଣ ବାହାରକୁ ଚାଲିଥିବା ଚିନ୍ତାଜନକ । ରାଜ୍ୟ ସରକାର ତୁରନ୍ତ ଏହି ସମ୍ବେଦଶୀଳ ଘଟଣାକୁ ଗୁରୁତ୍ୱର ସହ ନେଇ ଚିକିତ୍ସିତ ହେଉଥିବା ଲୋକଙ୍କୁ ଉତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଅନ୍ତୁ ।
ସଂକ୍ରମିତ ଅଂଚଳରେ ଘର ଘର ବୁଲି ଲୋକ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ସଚେତନତା ସୃଷ୍ଟି କରାଯାଉ । ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନେବା ସହ ଉକ୍ତ ଅଂଚଳରେ ନାଗରିକଙ୍କୁ ଅତ୍ୟାବଶ୍ୟକ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବା ପାଇଁ ତ୍ୱରିତ ପଦକ୍ଷେପ ନିଅନ୍ତୁ ।