
ଭୁବନେଶ୍ୱର– ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍ଏମ୍ ରାଜେନ୍ଦ୍ରନଙ୍କ ବିୟୋଗରେ ରାଜ୍ୟ ବିଜେପି ତରଫରୁ ଗଭୀର ଶୋକ ବ୍ୟକ୍ତ କରାଯାଇଛିା ଚେନ୍ନାଇର ଆପୋଲ ସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ସ୍ୱର୍ଗତଃ ରାଜେନ୍ଦ୍ରନ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୮ବର୍ଷ ହୋଇଥିଲା । ସ୍ୱର୍ଗତଃ ରାଜେନ୍ଦ୍ରନ ଓଡ଼ିଶାର ବିପର୍ଯ୍ୟସ୍ତ ମୁକାବିଲା ପାଇଁ ଦକ୍ଷ ଯୋଜନା ପ୍ରସ୍ତୁତ କରିଥିଲେ ଯାହାର ଲାଭ ଓଡ଼ିଶାବାସୀ ପାଇଛନ୍ତି । ସ୍ୱର୍ଗତଃ ରାଜେନ୍ଦ୍ରନଙ୍କ ବିୟୋଗରେ ରାଜ୍ୟ ସଭାପତି ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଦୁଃଖ ପ୍ରକାଶ କରିଛନ୍ତି ।
ସ୍ୱର୍ଗତଃ ରାଜେନ୍ଦ୍ରନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।