ଭୁବନେଶ୍ୱର– ପୁଣି ଫେରିଛି କରୋନା । ଦେଶରେ କିଛି ଦିନ ହେବ କୋରନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଥିବା ବେଳେ ରାଜ୍ୟରେ ଗତ ୨୪ ଘଂଟାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ପରେ ତତ୍ପରତା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ । କରୋନା ପାଇଁ ସତର୍କ ରହିବାକୁ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଘରୁ ବାହାରକୁ ଗଲା ବେଳେ ମାସ୍କ ପିନ୍ଧିବାକୁ ସେମାନଙ୍କୁ କୁହାଯାଇଛି । ଏଭଳି ଲୋକଙ୍କୁ ଜନଗହଳି ଜାଗାକୁ ମଧ୍ୟ ନଯିବାକୁ ପରାମର୍ଶ ଦିଆଯାଇଛି ।
Related Stories
November 23, 2024