ଭୁବନେଶ୍ଵର- ରାଜ୍ୟର ରାଉରକେଲାରେ ଆଜି ଅତି ଘନ କୁହୁଡ଼ି ଅନୁଭୂତ ହୋଇଥିବା ବେଳେ ଫୁଲବାଣୀରେ ଘନ କୁହୁଡ଼ି ଅନୁଭୂତ ହୋଇଛି । ରାଉରକେଲାରେ ଏହାର ଦୃଶ୍ୟମାନ ଦୂରତା ୫୦ ମିଟର ରହିଥିବା ବେଳେ ଫୁଲବାଣୀରେ ଏହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।
ସେହିପରି ଅନ୍ୟକେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ରହିଛି ୨୦୦ ମିଟରରୁ ୧୦୦୦ ମିଟର ରହିଛି । ସେହିସବୁ ସ୍ଥାନ ଗୁଡିକ ହେଲା କୋରାପୁଟ, ଟିଟିଲାଗଡ଼, ଭବାନିପାଟଣା, ଝାରସୁଗୁଡ଼ା, ସୋନପୁର, କେନ୍ଦୁଝର, ଭୁବନେଶ୍ଵର ଏବଂ ପୁରୀ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।