ଭୁବନେଶ୍ୱର,ନିଶ୍ଚିନ୍ତକୋଇଲି ଦୁର୍ଘଟଣାକୁ ନେଇ ବୈଜୟନ୍ତ ପଣ୍ଡା ଦୁଃଖ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ବୈଜୟନ୍ତ ପଣ୍ଡା କହିଛନ୍ତି ଯେ, କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି କଟରପଡ଼ା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତାହତ ଖବର ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ଗଭୀର ଭାବରେ ମର୍ମାହତ ।
ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇବା ସହ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରି ମହାପ୍ରଭୁ ଜଗନ୍ନାଥଙ୍କ ପାଖରେ ପ୍ରାର୍ଥନା କରୁଛି । ଓଁ ଶାନ୍ତି ।