
ଭୁବନେଶ୍ୱର, ଦଳବିରୋଧି କାର୍ଯ୍ୟପାଇଁ କେନ୍ଦ୍ରାପଡ଼ା ଜିଲ୍ଲାର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କଂଗ୍ରେସ ଦଳରୁ ନିଲମ୍ବନ କରିଛନ୍ତି ବୋଲି ପ୍ରଦେଶ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି ।