ଭୁବନେଶ୍ଵର, ରାଜ୍ୟର ୮ଟି ସ୍ଥାନରେ ଘନ କୁହୁଡ଼ି ଅନୁଭୂତ ହୋଇଥିବା ବେଳେ ଦୁଇଟି ସ୍ଥାନରେ ଆଜି ସକାଳେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଚାନ୍ଦବାଲି, କଟକ, ପାରାଦୀପ, ଭୁବନେଶ୍ଵର, ଅନୁଗୁଳ, ଖୋର୍ଦ୍ଧା, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାରେ ଆଜି ସକାଳେ ଘନ କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।
ସେହିପରି ବାରିପଦା ଏବଂ କେନ୍ଦୁଝରରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
ସେହିପରି ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି ।