
ଭୁବନେଶ୍ୱର, ନିର୍ବାଚନ ସମୟରେ କଳା ଟଙ୍କା ଏବଂ ମଦର ବ୍ୟବହାର ରୋକିବାକୁ ଜାତୀୟ ନିର୍ବାଚନ କମିଶନର ଗୁରୁତ୍ୱ ଦେଇଛନ୍ତି । ଆୟକର ବିଭାଗ ଓ ଅବକାରୀ ବିଭାଗ ସହ ନିର୍ବାଚନ ଆୟୋଗ ବୈଠକ କରିଛନ୍ତି। ବିଏସଫର ଅଧିକାରୀ, ରିଜର୍ଭ ବ୍ୟାଙ୍କର ଅଧିକାରୀ, ପୋଷ୍ଟାଲ ଅଧିକାରୀ, ବିମାନ ବନ୍ଦର ନିର୍ଦ୍ଦେଶକ, ପିସିସିଏଫଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଅଛନ୍ତି । ଏହାପରେ ଆଉ ଏକ ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୋଲିସ ଡିଜିଙ୍କ ଭଳି ବରିଷ୍ଠ ଅଧିକାରୀମାନେ ଯୋଗ ଦେବେ।