ଗଞ୍ଜାମ, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅଧିନ ଗୋକର୍ଣ୍ଣପୁର-ପିତାମ୍ବରପୁର ରାସ୍ତାରୁ ଗତକାଲି ବିଳମ୍ବିତ ରାତିରେ ଜଣେ ଅଜଣା ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି । ପାରିପାର୍ଶ୍ଵିକ ସ୍ଥିତିରୁ ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ଓ ପରେ ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ଏଠାରେ ଶବକୁ ଫିଙ୍ଗି ଦିଆଯାଇଥିବା ଅନୁମାନ କରାଯାଉଛି । ସମ୍ପୃକ୍ତ ଯୁବକଙ୍କ ମୁଣ୍ଡ ଓ ଛାତିରେ ଗଭୀର କ୍ଷତ ଚିହ୍ନ ଥିବାରୁ ମାରଣାସ୍ତ୍ରରେ ଆକ୍ରମଣ କରାଯାଇଥିବା ସନ୍ଦେହ କରାଯାଉଛି । ଖବର ପାଇ ଦିଗପହଣ୍ଡି ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ମୃତକଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇଛି । ଏ ସଂକ୍ରାନ୍ତରେ ଥାନାରେ ୨/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ ହୋଇଛି । ପୋଲିସ ଘଟଣାର ତଦନ୍ତ କରୁଛି ।
Related Stories
November 21, 2024
November 21, 2024