-
କନ୍ଧମାଳ ଜିଲ୍ଲାର ବାଲିଗୁଡ଼ାରେ ସର୍ବାଧିକ ୨୮.୦ ମି.ମି.
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କନ୍ଧମାଳ ଜିଲ୍ଲାର ବାଲିଗୁଡ଼ାରେ ସର୍ବାଧିକ ୨୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବାଲେଶ୍ଵର ଜିଲ୍ଲାର ନୀଳଗିରିରେ ୨୭.୦ ମି.ମି., ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରେ ୨୫.୦ ମି.ମି., ଗଜପତି ଜିଲ୍ଲାର ମୋହନାରେ ୨୦.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ୧୯.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଚିଲିକାରେ ୧୮.୦ ମି.ମି., ନୟାଗଡ଼ ଜିଲ୍ଲାର ନୟାଗଡ଼ରେ ୧୮.୦ ମି.ମି., ବାଲେଶ୍ଵର ଜିଲ୍ଲାର ଖଇରାରେ ୧୭.୦ ମି.ମି., ଯାଜପୁର ଜିଲ୍ଲାର ଯାଜପୁରରେ ୧୨.୦ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ୧୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।