
ଭୁବନେଶ୍ୱର,ଦୁର୍ଘଟଣାରେ ଆହତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିବା ବିଜେଡ଼ିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭେଟିଛନ୍ତି । ଶ୍ରୀ ପ୍ରଧାନ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।
ଶ୍ରୀ ପ୍ରଧାନ କହିଛନ୍ତି, ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସାଧୀନ ଥିବା ବିଜେଡ଼ିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଭେଟି ତାଙ୍କର ସ୍ୱାସ୍ଥ୍ୟାବସ୍ଥା ପଚାରିବୁଝିଲି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ପ୍ରାର୍ଥନା, ସେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ । ତାଙ୍କର ଦୀର୍ଘାୟୁ କାମନା କରୁଛି ।