-
କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ସର୍ବାଧିକ ୫୯.୦ ମି.ମି.
ଭୁବନେଶ୍ଵର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ସର୍ବାଧିକ ୫୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବରଗଡ଼ ଜିଲ୍ଲାର ଗାଇସିଲେଟରେ ୫୫.୦ ମି.ମି., ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ୫୩.୦ ମି.ମି., ଗଞ୍ଜାମ ଜିଲ୍ଲାର ପୋଲସରାରେ ୩୫.୬ ମି.ମି., ମୟୂରଭଞ୍ଜ ଜିଲ୍ଲାର ବହଳଦାରେ ୩୦.୪ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରାରେ ୨୫.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁରରେ ୨୪.୦ ମି.ମି., ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ୨୨.୦ ମି.ମି., ଗଞ୍ଜାମ ଜିଲ୍ଲାର ଆସିକାରେ ୨୦.୨ ମି.ମି. ଏବଂ କେନ୍ଦୁଝର ଜିଲ୍ଲାର ଯୋଡାରେ ୨୦.୧ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।