
ଖୋର୍ଦ୍ଧା,ଏମପି ଲ୍ୟାଡ଼ ପ୍ରକଳ୍ପ ପାଇଁ ୫୦ ହଜାର ଟଙ୍କା ପିସି ନେଉଥିବା ବେଳେ ଖୋର୍ଦ୍ଧା ଭିଜିଲାନ୍ସ ଟିମ ହାତରେ ଧରା ପଡ଼ିଛନ୍ତି ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ର। ସୂଚନା ମୁତାବକ, ଏମପି ଲ୍ୟାଡ଼ ପ୍ରକଳ୍ପ ପାଇଁ ଜଣେ ଠିକାଦାରଙ୍କୁ ୧୦ ପ୍ରତିଶତ ପିସି ମାଗିଥିଲେ। ୧୮ ଲକ୍ଷ ଟଙ୍କାର ଏହି କାମର ପିସି ବାବଦରେ ଆଗରୁ ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ର ଠିକାଦାରଙ୍କଠାରୁ ୧ ଲକ୍ଷ ୩୦ ହଜାର ଟଙ୍କା ନେଇ ସାରିଥିଲେ। ତେବେ ଠିକାଦାରଙ୍କ ବାପା ଶିଶିର ମଙ୍ଗରାଜ ଏନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ପୂର୍ବ ଯୋଜନା ମୁତାବକ ଆଜି ଠିକାଦାର ଅବଶିଷ୍ଟ ୫୦ ହଜାର ଟଙ୍କା ଦେବା ବେଳେ ଖୋର୍ଦ୍ଧା ଭିଜିଲାନ୍ସ ଡିଏସପି ଚନ୍ଦ୍ରକଳା ଜେନା ଓ ନୂଆଗଡ଼ ଡିଏସପି ପ୍ରତ୍ୟୁଷ ମହାପାତ୍ରଙ୍କ ନେତୃତ୍ବରେ ଏକ ଟିମ୍ ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ରଙ୍କୁ ଧରିଥିଲା ଏପରିକି ତାଙ୍କ ଠାରୁ ଭିଜିଲାନ୍ସ ବିଭାଗ ରସାୟନ ବୋଳା ୫୦ ହଜାର ଟଙ୍କା ଜବତ କରିଥିଲା।