![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର, ଦାମୋଦର ରାଉତଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସୋସିଆଲ ମିଡିଆ ଏକ୍ସରେ ମନମୋହନ ସାମଲ କହିଛନ୍ତି ଯେ, ଓଡ଼ିଶା ରାଜନୀତିର ଜଣେ ବରିଷ୍ଠ ନେତୃତ୍ୱ, ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅନେକ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଜନକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ ସମ୍ପୂର୍ଣ୍ଣ ଭାବେ ନିୟୋଜିତ କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଁ ମୋର ସମବେଦନା ଜଣାଉଛି । ଓଁ ଶାନ୍ତି !