![](https://indokalingtimes.com/wp-content/uploads/2021/07/IKT-NEWS-1.jpg)
ଭୁବନେଶ୍ୱର, ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା । ସେ ତାଙ୍କର ଇସ୍ତଫା ପତ୍ର ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପଠାଇ ଦେଇଛନ୍ତି । କଟକ ଜିଲ୍ଲା ବିଜେପି ସଭାପତି ଥିଲେ ପ୍ରକାଶ । 2014ରେ କଂଗ୍ରେସରୁ ସାଲେପୁର ବିଧାୟକ ହୋଇଥିଲେ । ପରେ 2019ରେ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇ ବିଧାୟକ ପ୍ରାର୍ଥୀ ହୋଇଥିଲେ । ଆଉ ଏବେ ବିଜେପି ଛାଡିଛନ୍ତି । ସେ ଖୁବ ଶୀଘ୍ର ବିଜେଡିରେ ମିଶିପାରନ୍ତି ବୋଲି ଚର୍ଚ୍ଚା ହେଉଛି ।