ଭୁବନେଶ୍ଵର, ରାଜ୍ୟରେ ଦିନ ତାପମାତ୍ରା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଆଜି ଦିନ ୧୧ଟା ୩୦ ସୁଦ୍ଧା ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୩୦ ଡ଼ିଗ୍ରୀ ଉପରେ ରହିଛି । ଆଜି ଦିନ ୧୧ଟା ୩୦ ସୁଦ୍ଧା ଚାନ୍ଦବାଲିରେ ସର୍ବାଧିକ ୩୬.୨ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ସେହିପରି ଭୁବନେଶ୍ଵରରେ ୩୬ ଡ଼ିଗ୍ରୀ, କେନ୍ଦୁଝରରେ ୩୬ ଡ଼ିଗ୍ରୀ, ଝାରସୁଗୁଡାରେ ୩୫.୪ ଡ଼ିଗ୍ରୀ, ସମ୍ବଲପୁରରେ ୩୫.୨ ଡ଼ିଗ୍ରୀ, ହୀରାକୁଦରେ ୩୪.୬ ଡ଼ିଗ୍ରୀ, ବାଲେଶ୍ଵରରେ ୩୪.୨ ଡ଼ିଗ୍ରୀ, ରାଉରକେଲାରେ ୩୩.୪ ଡ଼ିଗ୍ରୀ, ପୁରୀରେ ୩୨.୪ ଡ଼ିଗ୍ରୀ, ପାରାଦୀପରେ ୩୧.୪ ଡ଼ିଗ୍ରୀ ଏବଂ ଗୋପାଳପୁରରେ ୩୦.୮ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।